Tuesday, January 13, 2026
  • ଓଡ଼ିଆ
WhatsApp chat
Daily Odia Samachar
  • Home
  • Business
  • Politics
  • Sports
  • Entertainment
  • Education
  • Lifestyle
  • Health
  • Live
No Result
View All Result
  • Home
  • Business
  • Politics
  • Sports
  • Entertainment
  • Education
  • Lifestyle
  • Health
  • Live
No Result
View All Result
Daily Odia Samachar
No Result
View All Result
Home News Business

ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି: ମୁଖ୍ୟମନ୍ତ୍ରୀ

Sanjay Kumar by Sanjay Kumar
February 14, 2024
in Business
0
ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି: ମୁଖ୍ୟମନ୍ତ୍ରୀ
0
SHARES
35
VIEWS
Share on FacebookShare on Twitter

ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି। କ୍ରୀଡ଼ା ଓ ବିପର୍ୟ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ ଆଣୁଛି। ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଈ ପ୍ରକଳ୍ପ ଓ ମା’ ତାରାତାରିଣୀ ପୀଠର ରୂପାନ୍ତର ଓଡ଼ିଶାକୁ ଗୌରବାନ୍ୱିତ କରିଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ଚିକିତ୍ସା ଚିନ୍ତା ଦୂର କରିଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧.୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ୧୩୬.୭୮ କୋଟି ଟଙ୍କାର ୮ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ପରେ ଶୀତଳାପଲ୍ଲୀଠାରେ ୬୩୯.୮୧ କୋଟି ଟଙ୍କା ମୂଲ୍ୟର ୨୪ ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ୨୯୯୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଶେରଗଡ଼ଠାରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ସହଯୋଗରେ ହିଞ୍ଜିଳି-ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ୍‌ ଭାବେ ପରିଚୟ ପାଇଛି ଏବଂ ଏହି ନିର୍ବାଚନ ମଣ୍ଡଳୀ ଏକ ଆଦର୍ଶ ନିର୍ବାଚନ ମଣ୍ଡଳୀରେ ମଧ୍ୟ ପରିଣତ ହୋଇଛି। ୫-ଟି ଉପକ୍ରମରେ ରୂପାନ୍ତର ଅଭିଯାନର ଭିତ୍ତି ପ୍ରଥମେ ହିଞ୍ଜିଳି-ଶେରଗଡ଼ରୁ ହିଁ ଆରମ୍ଭ ହୋଇଥିଲା। ମା’ତାରାତାରିଣୀ ପୀଠର ଉନ୍ନତି ସହିତ ହାଇସ୍କୁଲ ରୂପାନ୍ତରଣ କାର୍ୟ୍ୟ ଏଠାରୁ ଆରମ୍ଭ ହୋଇଥିଲା। ଏହିସବୁ ରୂପାନ୍ତର କାର୍ଯ୍ୟ ଆଜି ଦେଶବିଦେଶକୁ ଆକର୍ଷିତ କରୁଛି। ଆଜି ହାଇସ୍କୁଲ ରୂପାନ୍ତର କାର୍ୟ୍ୟ ଶେଷହୋଇ ସାରା ରାଜ୍ୟରେ ୮୦୦୦ରୁ ଅଧିକ ହାଇସ୍କୁଲ ରୂପାନ୍ତରିତ ହୋଇଛି। ପିଲାମାନଙ୍କ ଖୁସି ଓ ଲୋକଙ୍କ ଖୁସି ଦେଖି ସେ ବି ଆନନ୍ଦିତ ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନ୍‌.ଏ.ସି ଭାବେ ଘୋଷଣା କରିଥିଲେ ଏବଂ ହିଞ୍ଜିଳି-ଶେରଗଡ଼ର ବିକାଶକୁ ଏକ ନୂଆ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଶୀତଳାପଲ୍ଲୀଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସରସ୍ୱତୀ ପୂଜାର ଶୁଭ ଅବସରରେ ଗଞ୍ଜାମ ଜିଲ୍ଲା ପାଇଁ ୫ ହଜାର କୋଟିରୁ ଅଧିକ ଟଙ୍କାର ଜଳସେଚନ ପ୍ରକଳ୍ପ, ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ସେହିପରି ଗୋପାଳପୁର ଇଣ୍ଡଷ୍ଟ୍ରିଆଲ ପାର୍କରେ ଏସିଏମଇ ଓ ଆଭାଡ଼ା ଦ୍ୱାରା ଗ୍ରୀନ୍‌ ଫୁଏଲ୍‌ ପ୍ରକଳ୍ପ ଏବଂ ଗୋପାଳପୁରଠାରେ ଇଡକୋର ୟୁଟିଲିଟି କରିଡ଼ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେଲା। ଏହା ଦ୍ୱାରା ଜିଲ୍ଲାରେ ଶିଳ୍ପ ବିକାଶ ସହିତ ନିଯୁକ୍ତି ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କହିଥିଲେ। ଆଜି ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ଦେଶରେ ଦ୍ୱିତୀୟ ସ୍ଥାନରେ ଅଛି। ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଓଡ଼ିଶା ଖାଦ୍ୟ ଯୋଗାଉଛି।

ରାଜ୍ୟରେ ମା’ମାନେ ଆଜି ଉଦ୍ୟୋଗୀ ହେବା ପାଇଁ ଆଗଭର ହେଲେଣି। ଚାଷୀମାନଙ୍କ ପାଇଁ ମା’ମାନଙ୍କ ପାଇଁ ଓ ଯୁବଗୋଷ୍ଠୀ ପାଇଁ ବିନାସୁଧରେ ଋଣ ବ୍ୟବସ୍ଥା ସେମାନଙ୍କ ପାଇଁ ସୁଯୋଗ ଆଣିଦେଉଛି। ଛାତ୍ରଛାତ୍ରୀଙ୍କ ପାଇଁ ନୂଆ-ଓ ଛାତ୍ରବୃତ୍ତି ଆରମ୍ଭ ହେବାକୁ ଯାଉଛି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଜି ଦେଶରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି କହି ଆଗାମୀ ଦିନରେ ଓଡ଼ିଶାକୁ ବିକାଶର ନୂଆ ସୋପାନରେ ପହଞ୍ଚାଇବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୀତଳାପଲ୍ଲୀଠାରେ ନବନିର୍ମିତ ୨୦୦ ଶଯ୍ୟାବିଶିଷ୍ଟ ସମ୍‌ ସୁପରସ୍ପେସିଆଲିଟି ହସପିଟାଲକୁ ଲୋକାର୍ପିତ କରିବା ସହିତ ଘରପାଖରେ ଆପଣମାନେ ଏହା ମାଧ୍ୟମରେ ଭଲ ଚିକିତ୍ସା ସୁବିଧା ପାଇବେ ବୋଲି କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ଗୋପାଳପୁରଠାରେ ୨୭ ହଜାର କୋଟି ଟଙ୍କା ନିବେଶରେ ଏ.ସି.ଏମ୍‌.ଇ ଦ୍ୱାରା ୧.୧୦ ଏମ୍‌.ଏମ୍‌.ଟି.ପି.ଏ ଗ୍ରୀନ୍‌ ଆମୋନିଆ ପ୍ଲାଣ୍ଟ ଏବଂ ୮ ହଜାର କୋଟି ଟଙ୍କା ନିବେଶରେ ଆଭାଡ଼ା ଗ୍ରୀନ୍‌ ହାଇଡ୍ରୋଜେନ୍‌ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ । ଏହି ଦୁଇ ପ୍ରକଳ୍ପ ଦ୍ୱାରା ପ୍ରାୟ ୫୨୦୦ ଯୁବଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍‌ ସମସ୍ତ କାର୍ୟ୍ୟକ୍ରମରେ ଉପସ୍ଥିତ ରହି ପ୍ରକଳ୍ପ ସଂପର୍କରେ ଲୋକମାନଙ୍କ ସହ ଆଲୋଚନା କରିଥିଲେ।

Previous Post

ପିଏମ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ: ମାସକୁ ମାଗଣାରେ ମିଳିବ ୩୦୦ ୟୁନିଟ ବିଜୁଳି

Next Post

ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ ବୈଷ୍ଣବ

Sanjay Kumar

Sanjay Kumar

Next Post
ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ ବୈଷ୍ଣବ

ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ ବୈଷ୍ଣବ

  • Trending
  • Comments
  • Latest
Dr. Abinash Samal is on the Business Power List 2020

Dr. Abinash Samal is on the Business Power List 2020

January 3, 2021
The Son of a Laborer is an ISRO Scientist

The Son of a Laborer is an ISRO Scientist

June 18, 2021
Class 10 Physical Science Chapter 1 Odia medium

Class 10 Physical Science Chapter 1 Odia medium

August 23, 2022
What sound is coming from space? You will be surprised to hear

What sound is coming from space? You will be surprised to hear

August 23, 2022
Modi breaks Vajpayee’s record

Modi breaks Vajpayee’s record

0
The Reserve Bank will provide Rs 56,000 crore to the Center

The Reserve Bank will provide Rs 56,000 crore to the Center

0
Mother’s Home Delivery can start with Flipkart

Mother’s Home Delivery can start with Flipkart

0
This world record of Mahendra Singh Dhoni will always be remembered

This world record of Mahendra Singh Dhoni will always be remembered

0
Leave Iran Now

Leave Iran Now

January 13, 2026
CCTV Shows Engineer Killed by Road Roller on Duty

CCTV Shows Engineer Killed by Road Roller on Duty

January 13, 2026
ଝାରସୁଗୁଡ଼ା ରେଳ ଷ୍ଟେସନରେ ଅଗ୍ନିକାଣ୍ଡ

ଝାରସୁଗୁଡ଼ା ରେଳ ଷ୍ଟେସନରେ ଅଗ୍ନିକାଣ୍ଡ

January 13, 2026
Odisha Government to distribute 10 lakh pucca houses under PMAY-G scheme

Odisha Government to distribute 10 lakh pucca houses under PMAY-G scheme

January 9, 2026

Recent News

Follow Us

Browse by Category

  • 10th
  • 10th
  • 9th Class
  • Business
  • Crime
  • Economy
  • Education
  • Entertainment
  • Fashion
  • Food
  • Gaming
  • Health
  • Lifestyle
  • Math
  • Movie
  • News
  • Odia
  • Politics
  • Review
  • Science
  • Spiritual
  • Sports
  • Travel
  • World

Recent News

Leave Iran Now

Leave Iran Now

January 13, 2026
CCTV Shows Engineer Killed by Road Roller on Duty

CCTV Shows Engineer Killed by Road Roller on Duty

January 13, 2026
No Result
View All Result
  • Home
  • Business
  • Politics
  • Sports
  • Entertainment
  • Education
  • Lifestyle
  • Health
  • Live

© 2020. Designed and Developed by WHI Digital Pvt. Ltd..