Mon. Jan 19th, 2026

ଅକ୍ଟୋବର ମାସରେ ରାଜ୍ୟର ଖୋଲିବ ସମସ୍ତ ପର୍ଯ୍ୟଟନସ୍ଥଳୀ : ପର୍ଯ୍ୟଟନ ମନ୍ତ୍ରୀ

1 min read
Spread the love

ଭୁ‌ବନେଶ୍ୱର : କୋଭିଡ୍ କଟକଣା ଭିତରେ ଆଗାମୀ ଅକ୍ଟୋବର ମାସରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ସାଧାରଣ ଲୋକଙ୍କ ପାଇଁ ଖୋଲାଯିବ। ଏ ନେଇ ବିଶ୍ବ ପର୍ଯ୍ୟଟନ ଦିବସ ଅବସରରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ତେବେ ଓଡ଼ିଶାରେ ମନ୍ଦିରଗୁଡ଼ିକ କେବେ ଖୋଲିବ, ସେ ନେଇ କିଛି ସ୍ପଷ୍ଟ କରିନାହାନ୍ତି। କୋଭିଡ ପାଇଁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବୋଲି ସେ କହିଛନ୍ତି । ଚଳିତ ବର୍ଷ ୫ଟି ସ୍ଥାନରେ ଇକୋ ରିଟ୍ରିଟ କରାଯିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

ପର୍ଯ୍ୟଟନ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେବ। ଅପରପକ୍ଷରେ ଅନ୍ୟ ମନ୍ଦିରଗୁଡ଼ିକ କେବେ ଖୋଲିବ ସେଥିନେଇ ଆଇନ୍ ବିଭାଗ ନିଷ୍ପତ୍ତି ନେବ ।

Copyright © All rights reserved.