Wed. Jun 25th, 2025

ସେପ୍ଟେମ୍ବର ୫ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

1 min read
Spread the love

ଭୁବନେଶ୍ବର : ଆସନ୍ତା ୫ ତାରିଖ ଦିନ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। କଟକଣା ଓ ନିୟମକୁ ପାଳନ କରାଯାଇ ଭର୍ଚୁଆଲ ମିଟିଂ ମାଧ୍ୟମରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ବରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଯୋଗଦେବେ। ଏମାନଙ୍କ ବ୍ୟତୀତ ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ) ସୈାଦାନ ସିଂ, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ପ୍ରଭାରୀ ଅରୁଣ ସିଂ, ରାଷ୍ଟ୍ରୀୟ ସଂପାଦକ ଓ ସାଂସଦ ସୁରେଶ ପୂଜାରୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ। ଏହି ବୈଠକ ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଦଳ ପକ୍ଷରୁ ଏକ ପ୍ରେସ ବିବୃତିରେ କୁହାଯାଇଛି।

ଏଠାରେ ଉଲ୍ଲେଖଥାଉକି, ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଗତ କାଲି ବିଜେପି ରାଜ୍ୟ ପଦାଧିକାରୀମାନଙ୍କ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା। ସଭାପତି ଶ୍ରୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରବାସୀ ଶ୍ରମିକ ସମସ୍ୟା, ବିଭିନ୍ନ ଦୁର୍ନୀତି, ସାଂପ୍ରତିକ ବନ୍ୟା ପରିସ୍ଥିତି, କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ‌େଯାଜନାର କାର୍ଯ୍ୟକାରିତା ଆଦି ସଂପର୍କରେ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଛି। ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ।

Copyright © All rights reserved.