Fri. Mar 6th, 2026

ଓଡ଼ିଶାରେ ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା: ପିସିସିଏଫ୍

1 min read
Spread the love

ଓଡ଼ିଶାରେ ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା। କ୍ୟାମେରା ଟ୍ରାପ ଜରିଆରେ ବର୍ଷ ସାରା ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର। ସାମ୍ୱାଦିକ ସମ୍ମିଳନୀରେ ଏପରି ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ। ଗତକାଲି ପ୍ରକାଶ ପାଇଥିବା ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟରେ ରାଜ୍ୟରେ ୩୦ଟି ମହାବଳ ଓ ୮ଟି ଶାବକ ଥିବା ଜଣାପଡ଼ିଛି। ସେଥିରୁ ଶିମିଳିପାଳରେ ୨୭ଟି ମହାବଳ ବାଘ ସହ ୮ ଶାବକ ଥିବା ବେଳେ କେନ୍ଦୁଝର, ପାରଳାଖେମୁଣ୍ଡି ଓ ହୀରାକୁଦ ବନଖଣ୍ଡରେ ଗୋଟିଏ ଲେଖାଏଁ ମହାବଳଙ୍କ ଉପସ୍ଥିତି ସ୍ପଷ୍ଟ ହୋଇଛି।

ଶିମିଳିପାଳରେ ଏବେ ଅଛନ୍ତି ୧୩ କଳା ବାଘ । ଇନ୍ ବ୍ରିଡ଼ିଂ ଯୋଗୁଁ କଳା ବାଘଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍। ଏହି ସମସ୍ୟାର ସମାଧାନ ପାଇଁ ଅନ୍ୟ ସ୍ଥାନରୁ ବାଘୁଣୀ ଆଣି ଶିମିଳିପାଳରେ ଛାଡ଼ିବାକୁ ଯୋଜନା ହୋଇଛି। ଏଥିପାଇଁ ଏନଟିସିଏ ଓ ୱାଇଲ୍ଡ ଲାଇଫ ଇନଷ୍ଟିଚ୍ୟଟ ଅଫ ଇଣ୍ଡିଆ ସହ ଯୋଗାଯୋଗ କରାଯାଇଛି।

ସାତକୋଶିଆରେ ନାହାନ୍ତି ଗୋଟିଏ ବି ମହାବଳ। ଅଭୟାରଣ୍ୟ ଭିତରେ ଥିବା ଜନବସତିକୁ ସମ୍ପୂର୍ଣ୍ଣ ବିସ୍ଥାପିତ କରିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ବାଘ ଛଡ଼‌ାଯିବା ନେଇ ଯୋଜନା କରାଯିବ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ିବା ପରେ ନୂଆ ଟେରିଟରି ସନ୍ଧାନରେ ମହାବଳ। ତେଣୁ କେନ୍ଦୁଝର, ହଦଗଡ଼ ଓ କୁଲଡ଼ିହାକୁ ମିଶାଇ ଗ୍ରେଟର ଶିମିଳିପାଳ ଲ୍ୟାଣ୍ଡସ୍କେପ ବିକାଶ କରାଯାଉଛି ।

Copyright © All rights reserved.