Sun. Jan 18th, 2026

ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ:ମୁଖ୍ୟମନ୍ତ୍ରୀ

1 min read
Spread the love

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ କେନ୍ଦ୍ର ଉଦଘାଟନ କରିଛନ୍ତି। ଏହାସହିତ ଜିଲାର ଅନ୍ୟ କେତେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବା ସହ ଅନେକ ଯୋଜନାର ହିତାଧିକାରୀଙ୍କୁ ସେମାନଙ୍କ ପ୍ରାପ୍ୟ ବିତରଣ କରିଥିଲେ। ଏହି ଅବସରରେ ଆୟୋଜିତ ଏକ ସଭାରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ବରଗଡ଼ରେ କ୍ୟାନ୍‌ସର ହସ୍ପିଟାଲ ନିର୍ମାଣ ହେବ ବୋଲି ଘୋଷଣା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସଭା ଏମପି ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ସୁଶାନ୍ତ ସିଂ, ପ୍ରଫୁଲ୍ଲ ମଲ୍ଲିକ, ଅଶୋକ ପଣ୍ଡା, ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଜେପୁର ବିଧାୟିକା ରୀତା ସାହୁ, ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା, ୫-ଟି ସଚିବ ଭି. କେ. ପାଣ୍ଡିଆନ, ପୂର୍ବତନ ଏମପି ପ୍ରଭାସ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

Copyright © All rights reserved.