Sat. Feb 28th, 2026

ବଙ୍ଗରଦୁଆ ଘାଟିରୁ ଟ୍ରକ ଖସିବା ଘଟଣା: ୨ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

1 min read
Spread the love

ଦାରିଙ୍ଗବାଡ଼ି: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କରାଯାଇଛି। ଆହତଙ୍କୁ  ମାଗଣାରେ ଚିକିତ୍ସା ସହାୟତା ଯୋଗାଇ ଦେବାପାଇଁ  ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Copyright © All rights reserved.